ବାଙ୍ଗିରିପୋଷି: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ସ୍ଥିତ ଅଗ୍ନିଶମ କାର୍ଯ୍ୟାଳୟରେ ଘଟିଛି ଅଘଟଣ। ନିଜର ଜଣେ ତଳ କର୍ମଚାରୀଙ୍କ ଉପରକୁ ଫୁଟନ୍ତା ଗରମ ପାଣି ଫିଙ୍ଗି ଗୁରୁତର ଆହତ କରିଦେଲେ ଜଣେ କାର୍ଯ୍ୟରତ ହାବିଲଦାର। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ବର୍ତ୍ତମାନ ଚିକିତ୍ସା ଚାଲିଛି।
ସୂଚନା ମୁତାବକ, ବାଙ୍ଗିରିପୋଷି ଅଗ୍ନିଶମ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଗ୍ନିଶମ କର୍ମଚାରୀ ଦୁଷ୍ମନ୍ତ କୁମାର ଦେହୁରୀ ଗତ ରବିବାର ବିଳମ୍ବିତ ସମୟରେ କାର୍ଯଳୟ ପରିସରରେ ଏହଂଚିଥିଲେ। ଏଥିନେଇ ସେଠାରେ କାର୍ଯରତ ହାବିଲଦାର ନୂତନ ମଲ୍ଲିକ କ ତାଙ୍କୁ ଗାଳିଗୁଲଜ କରିଥିଲେ। ତେବେ ଏଥିରେ ତାଙ୍କ ରାଗ ଶାନ୍ତ ନହେବାରୁ ଫୁଟିଥିବା ଥିବା ଗରମ ପାଣି ଆଣି ସେ ଦୁଷ୍ମନ୍ତ ଉପରକୁ ଛାଟି ଦେଇଥିଲେ। ଫଳରେ ତାଙ୍କର ଦୁଇ ଜଂଘ ଏବଂ ଗୋଡରେ ଗରମ ପାଣି ବାଜି ସେ ଗୁରୁତର ଆହାତ ହୋଇଥିଲେ। ରାତିରେ ଘଟଣା ଘଟିଥିଲେ ମଧ୍ୟ ତାଙ୍କୁ ସକାଳୁ ସାଥ୍ କର୍ମଚାରୀ ମାନେ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ତେବେ ସେଠାରୁ ତାଙ୍କୁ ବାରିପଦା ପିଆରଏମ ମେଡିକାଲକୁ ପଠାଇ ଦିଆ ଆଯାଇଛି।
