ଘରୁ ବାପା, ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର; କାରଣ ଅସ୍ପଷ୍ଟ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ରାଜନଗରରେ ଚାଞ୍ଚଲ୍ୟ । ଗୋଟିଏ ପରିବାରରର ତିନି ଜଣଙ୍କ ମୃତଦେହ ଉଦ୍ଧାର । ମା’ ଓ ପୁଅର ମୃତଦେହ ଘର ଭିତରେ ପଡ଼ିଥିବା ବେଳେ ବାପାର ମୃତଦେହ ଘର ଛାତରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ତାଳଚୁଆ ସାମୁଦ୍ରିକ ଥାନା ରାଜେନ୍ଦ୍ରନଗର ଗାଁରେ ଘଟିଛି ଏପରି ଏକ ଅଭାବନୀୟ ଘଟଣା। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ପୋଲିସର ଛାନଭିନ ଜାରି ରହିଛି । ସମସ୍ତେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ମୃତକ ହେଲେ ବାପା ଶ୍ରୀଦାମ ମଣ୍ଡଳ (୫୩), ମାଆ ଜୟନ୍ତୀ (୪୫) ଓ ପୁଅ ପରୀକ୍ଷିତ(୨୭)। ଆଜି ସକାଳେ ଶ୍ରୀଦାମ ମଣ୍ଡଳଙ୍କ ଝୁଲନ୍ତା ମୃତଦେହ ଛାତରୁ ତଳକୁ ଓହଳିଥିବା ଦେଖି ଗାଁ ଲୋକେ ପୁଲିସକୁ ଖବର ଦେଇଥିଲେ।

728×90