ଶୁକ୍ରବାର ରାଶିଫଳ

ମେଷ- ମନ ଉତ୍ସାହିତ ରହିବା ସହ ପରିବାରରେ ନୂତନ କର୍ମ ଆରମ୍ଭ ହେବ । ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତି ହେବ। ଅଟକିଥିବା କାର୍ଯ୍ୟର ସମାପ୍ତି ହେବ ଚାକିରିରେ କର୍ମକ୍ଷେତ୍ରରେ ଅଧିକ କଠିନ ପରିଶ୍ରମ ହେବ । ଜୀବନ ମଧ୍ୟ ଅସଂଗଠିତ ହେବ ।

ବୃଷ- ଶ୍ରୀ ଚନ୍ଦ୍ର ରହିଥିବାରୁ ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ । କର୍ମ କ୍ଷେତ୍ରରେ ସର୍ବଜନ ପ୍ରିୟ ହେବେ । ବ୍ୟବସାୟ ସମ୍ବନ୍ଧୀୟ ବିଷୟ ପ୍ରତି ସାବଧାନ ରୁହନ୍ତୁ । ବିଦ୍ୟାର୍ଥୀମାନଙ୍କ ଦ୍ଵାରା କିଛି ନୂତନ କାର୍ଯ୍ୟ ସମ୍ପନ୍ନ ହେବ ।

ମିଥୁନ- ଦ୍ଵାଦଶ ଚନ୍ଦ୍ର ହେତୁ ଆଶାବାଦୀ ହେବେ । ଅଙ୍ଗରେ ଆଘାତ ଲାଗିବା ଭଳି ସମସ୍ୟା ଦେଖାଦେଇପାରେ । ସାବଧାନତାର ସହ କାର୍ଯ୍ୟ କଲେ ସର୍ବ ମଙ୍ଗଳ ହେବ । ଘରେ ଆପଣଙ୍କ ବିଷୟରେ ସକାରାତ୍ମକ ଚିତ୍ର ସୃଷ୍ଟି ହେବ ଯାହା ଆପଣଙ୍କ ପାଇଁ ସହାୟକ ହେବ ।

କର୍କଟ- ଏକାଦଶ ଚନ୍ଦ୍ର ରହିଥିବାରୁ । ଦିନଟି ଆପଣଙ୍କୁ ଭଲ ଫଳ ଦେବ । ଚାକିରି କ୍ଷେତ୍ରରେ କ୍ଷମତା ବୃଦ୍ଧି ହେବ । ଜୟଲାଭ କରିବେ । ପଦୋନ୍ନତିର ଯୋଗ ରହିଛି । ଖାଦ୍ୟପେୟ ଉପରେ ନିୟନ୍ତ୍ରଣ ରଖନ୍ତୁ । ପରିବାର ସହିତ ସମୟ ଅତିବାହିତ କରିବେ ।

ସିଂହ- ଅଧିକ ଆୟର ଯୋଗ ରହିଛି । ଯାହା ଫଳରେ ମାନସିକ ଓ ଶାରୀରିକ ସ୍ତରରେ ଆପଣ ମଜବୁତ ରହିବେ । ଘରକୁ ନୂତନ ବନ୍ଧୁଙ୍କ ଆଗମନ ହୋଇ ପାରେ । ଧନ ସଞ୍ଚୟ କରିବା ପାଇଁ ଦିନଟି ଉତ୍ତମ ରହିଛି । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ଉତ୍ତମ ରହିଛି ।

କନ୍ୟା- ଶୁକ୍ଳ ପକ୍ଷ ନବମ ଚନ୍ଦ୍ର ରହିଥିବାରୁ । କାର୍ଯ୍ୟ କ୍ଷେତ୍ରରେ ସଫଳ ହେବାର ସମ୍ଭାବନା ରହିଛି । ଅତିଥିମାନେ ଘରକୁ ଆସିବେ । ମାନସିକ ଚାପ ସ୍ୱାସ୍ଥ୍ୟକୁ ଖରାପ କରିପାରେ । ଟଙ୍କା କାରବାରରେ ଅଧିକ ସତର୍କ ରୁହନ୍ତୁ । ଦିନଟି ଏତେ ଶୁଭ ଫଳ ପ୍ରଦାନ କରିବ ।

ତୁଳା- ନିରାଶ୍ରୟ ହେବାକୁ ପଡ଼ିପାରେ ମାନସିକ ଅଶାନ୍ତି ଓ ଶାରୀରିକ ପୀଡା ହେବାର ସମ୍ଭାବନା ରହିଛି । ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତା ରେ ରହିବେ ।

ବିଛା- ସପ୍ତମ ଚନ୍ଦ୍ର କାଳ ଭୋଗ ହେତୁ । ଦିନଟିରେ କର୍ମ ଚଞ୍ଚଳ ହୋଇ କାର୍ଯ୍ୟ କରିବେ । ଚାକିରିରେ ମଧ୍ୟମ ଫଳ ପ୍ରାପ୍ତ ହେବ । ବ୍ୟବସାୟରେ ଅନୁସାରେ ଫଳ ପ୍ରାପ୍ତି ହେବ । ପରିବାର ସହ ସମୟ ଅତିବାହିତ କରିବେ । ଯାନବାହାନରେ ସତର୍କତା ଅବଲମ୍ବନ କରନ୍ତୁ ।

ଧନୁ- ଷଷ୍ଠ ଚନ୍ଦ୍ର ରହିଥିବାରୁ ବନ୍ଧୁମାନଙ୍କ ସହଯୋଗ ମିଳିବ। ଆତ୍ମ ବିଶ୍ୱାସୀ ହେବେ । କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତି ହେବ । ଧୈର୍ଯ୍ୟବାନ ହେବାକୁ ଚେଷ୍ଟା କରନ୍ତୁ । ଦାମ୍ପତ୍ୟ ଜୀବନରେ କିଛିକୁ ପ୍ରଭାବ ପଡ଼ିପାରେ । ବିବିଧ ସୁଖ ପ୍ରାପ୍ତିର ଯୋଗ ରହିଛି ।

ମକର- ରାଶିରେ ପଞ୍ଚମ ଚନ୍ଦ୍ର ରହିଥିବାରୁ କୌଣସି କାରଣରୁ ମନ ଦୁଃଖ ରହିବ । ଚାକିରି କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେବ । ଦମ୍ପତିଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିବ । ବାୟୁ ଜନିତ ସମସ୍ୟା ଦେଖାଦେବ । ଛାତ୍ରଛାତ୍ରୀମାନେ ଏତେ ଉତ୍ତମ ଫଳ ପ୍ରାପ୍ତ କରିବେ ନାହିଁ ।

କୁମ୍ଭ- ଆକସ୍ମିକ କଳହ ଯୋଗୁଁ ବ୍ୟସ୍ତତା ବଢିବ । ମନରେ ଥିବା ଅହଂ ଭାବକୁ ଦୂରେଇ ରଖନ୍ତୁ ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । କୌଣସି ଅଜଣା ଲୋକଙ୍କ ସହ କଳହ ହୋଇପାରେ । ସ୍ବାସ୍ଥ୍ୟ ପ୍ରତି ଯତ୍ନ ନିଅନ୍ତୁ । ଜମିଜମାକୁ ନେଇ କିଛି ଅସୁବିଧା ଦେଖା ଦେଇପାରେ ।

ମୀନ- ରାଜ ସମ୍ମାନ ପ୍ରାପ୍ତିର ଯୋଗରହିଛି । ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ । ବ୍ୟୟଠାରୁ ଆୟ ଅଧିକ ପରିମାଣରେ ହେବ । ପୁରୁଣା ବନ୍ଧୁଙ୍କୁ ପାଇ ଖୁସି ଅନୁଭବ କରିବେ । ଶାରୀରିକ ଓ ମାନସିକ ସ୍ତରରେ ନିଜକୁ ସଞ୍ଜମ ରଖିବେ । କର୍ମ କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ ।

728×90