ବରିଷ୍ଠ ରାଜନେତା ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ, ସୂଚନା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ‘ଭାରତ ରତ୍ନ’ । ବରିଷ୍ଠ ରାଜନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ମୋଦି ନିଜ ଏକ୍ସ ଆକାଉଣ୍ଟରେ ଶୁଭେଚ୍ଛା ଜଣାଇବା ସହିତ ‘ଭାରତ ରତ୍ନ’ ମିଳିବା ନେଇ ସୂଚନା ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସୋସିଆଲ ମିଡ଼ିଆ ‘ଏକ୍ସ’ରେ କହିଛନ୍ତି କି, ‘ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା ହେଉଛନ୍ତି ଲାଲକୃଷ୍ଣ ଆଡଭାନୀ। ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ। ତୃଣମୂଳ ସ୍ତରରୁ ସେ ଦେଶର ବିକାଶ ପାଇଁ କାର୍ଯ୍ୟ କରିଆସିଛନ୍ତି । ଉପ-ପ୍ରଧାନମନ୍ତ୍ରୀ ଭାବେ ଲାଲ୍ କୃଷ୍ଣ ଆଡଭାନୀ ଦେଶବାସୀଙ୍କ ସେବା କରିଛନ୍ତି । ଗୃହ ମନ୍ତ୍ରୀ ଓ ସୂଚନା ପ୍ରସାରଣ ମନ୍ତ୍ରୀ ଭାବେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି ।

728×90