ବାତ୍ୟା ପ୍ରଭାବରେ ଆସନ୍ତାକାଲିଠୁ ପାଗରେ ହେବ ପରିବର୍ତ୍ତନ, ‘ସବୁ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଜାରି’

ଭୁବନେଶ୍ୱର: ଅବପାତରେ ପରିଣତ ହୋଇଛି ଓ୍ବେଲମାର୍କ ଲୋପ୍ରେସର । ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ । ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ । ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତର ରୂପ ନେବ । ୨୪ ରାତି କିମ୍ବା ୨୫ ସକାଳେ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ୧୦୦ ରୁ ୧୧୦ କିମି ବେଗରେ ପବନ ବହିବ । ପୁରୀ, ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରକୁ ବିପଦ ସଙ୍କେତ ଜାରି । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ ବିଭାଗ । ଆଜିଠାରୁ ୨୫ ତାରିଖ ଯାଏଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଏହାସହ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ପୁରୀ , କଟକ, ଖୋର୍ଦ୍ଧାକୁ ଆଲର୍ଟ ଜାରି କରାଯାଇଛି ।

728×90