ସମ୍ବଲପୁର ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ସମ୍ବଲପୁର: ସମ୍ବଲପୁର ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହି ଅବସରରେ ସେ ସମ୍ବଲପୁର ଯାଇ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଭେଟିଦେଲେ ୬୮ ହଜାର କୋଟିର ୧୮ଟି ପ୍ରକଳ୍ପ । ଯେଉଁଥିରେ ସମ୍ବଲପୁର ରେଳଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ, ଖୋର୍ଦ୍ଧା-ବଲାଙ୍ଗିର ରେଳ ଲାଇନକୁ ସୋନପୁର ଆଗକୁ ଲୋକାର୍ପିତ ହେବା ସହ ସୋନପୁରରୁ ପୁରୀକୁ ନୂଆ ଟ୍ରେନ ଚଳାଚଳର ଶୁଭାରମ୍ଭ ହେବ । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇ ଟିକିଆ ପୋଲର ଉଦ୍ଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣର ବି କାର୍ଯ୍ୟକ୍ରମ ରହିଛି । ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ମୋଦି ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ମୋଦିଙ୍କ ବିମାନ ଅବତରଣ କରିଥିଲା। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୋଦି ଅପରାହ୍ନ ୧ଟା ୪୫ ମିନିଟ୍‌ରେ ସମ୍ବଲପୁରସ୍ଥିତ IIM କ୍ୟାମ୍ପସ୍‌ରେ ସେ ଅବତରଣ କରିଥିଲେ। ସେଠାରେ ସେ ୪୦୦ କୋଟିର ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେଇଛନ୍ତି ।

728×90