ମେଷ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ଧୈର୍ଯ୍ୟର ସହ କାମ କରନ୍ତୁ। ଅଚାନକ ଖୁସି ଖବର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ବୃଷ: ଅଟକି ଥିବା କାମକୁ ପୂରା କରିବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବିଦେଶ ଯାତ୍ରା କରିପାରନ୍ତି। ବ୍ୟୟ ଅଧିକ ହେବ। ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି।
ମିଥୁନ: ସୁସମ୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପ୍ରତ୍ୟେକ କ୍ଷେତ୍ରରେ ମାନସମ୍ମାନ ମିଳିବ। ସାମାଜିକ କାର୍ଯ୍ୟ କରିବାରେ ରୁଚି ବଢ଼ିବ। ସ୍ବାସ୍ଥ୍ୟ ଉପରେ ଧ୍ୟାନ ଦେବେ। ପ୍ରେମ ବ୍ୟାପାରରେ ବିଫଳ ହୋଇପାରନ୍ତି।
କର୍କଟ: ବ୍ୟବସାୟରେ ଲାଭବାନ ହେବେ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ନିଜର ଦାୟିତ୍ବକୁ ସୁରୁଖୁରୁରେ ସମ୍ଭାଳିବେ। ଦୂରସ୍ଥାନ ଯାତ୍ରା କରିପାରନ୍ତି। ଆୟ ଓ ବ୍ୟୟ ସମାନ ରହିବ। ଭାବିଚିନ୍ତି କଥା କୁହନ୍ତୁ।
ସିଂହ: ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ କଥା ମାନି ଚଳନ୍ତୁ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ।
କନ୍ୟା: ଆର୍ଥିକ ସ୍ଥିତିରେ ସୁଧାର ଆସିବ। କ୍ୟାରିୟରକୁ ନେଇ ଚିନ୍ତିତ ହୁଅନ୍ତୁନି। ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।
ତୁଳା: ଘର ମାହୋଲ ଶାନ୍ତିପୂର୍ଣ୍ଣ ରହିବ। କାର୍ଯ୍ୟକ୍ଷେତ୍ରରେ ଚାପ ଯୋଗୁଁ ଅସ୍ଥିରତା ଅନୁଭବ କରିପାରନ୍ତି। ଥକ୍କାପଣ ଅନୁଭବ କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ସୁସମ୍ପର୍କ ରହିବ।
ବିଛା: ବିଦ୍ୟାର୍ଥୀମାନେ ନିଜ କ୍ୟାରିୟରକୁ ଅଧିକ ଗୁରୁତ୍ବ ଦେବା ଦରକାର। ଆଳସ୍ୟ ଓ ଚିନ୍ତାରେ ଦିନଟି ବିତିବ। ପ୍ରେମ ବ୍ୟାପାରରେ ଶୁଭ ଖବର ପାଇବେ । ରାଜନୀତିରେ ସକ୍ରିୟ ରହିପାରନ୍ତି।
ଧନୁ: ନକାରାତ୍ମକ ପ୍ରବୃତ୍ତିର ଲୋକଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍ ଓ ଘର କାମରେ ବ୍ୟସ୍ତ ରହିବେ। ଶତ୍ରୁଠାରୁ ଦୂରେଇ ରୁହନ୍ତୁ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।
ମକର:ଟଙ୍କା ନେଣଦେଣ କାର୍ଯ୍ୟରେ ଅନ୍ୟ ଉପରେ ଅଧିକ ଭରସା କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କୁମ୍ଭ: ପରିସ୍ଥିତି ଅନୁସାରେ କାମ କରନ୍ତୁ। ମନକୁ ଆୟତ୍ତରେ ରଖିବା ଭଲ। କର୍ମକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମହିଳାମାନେ ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ।
ମୀନ: କର୍ମକ୍ଷେତ୍ରରେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ପୁରୁଣା ସମସ୍ୟା ଦେଖାଦେଇପାରେ। ପ୍ରେମ ବ୍ୟାପାରରେ ଦିନଟି ଭଲରେ ବିତିବ। ସାବଧାନତା ସହିତ କାର୍ଯ୍ୟ କରନ୍ତୁ।
